ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ, ଜାଣନ୍ତୁ କ'ଣ ସବୁ ମିଳିବ ସୁବିଧା..
Advertisement
Article Detail0/zeeodisha/odisha964235

ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ, ଜାଣନ୍ତୁ କ'ଣ ସବୁ ମିଳିବ ସୁବିଧା..

ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି।

ଫାଇଲ ଫଟୋ
ଭୁବନେଶ୍ବର: ନବୀନ ସରକାରଙ୍କ ଫୋକସରେ ଏବେ ପଶ୍ଚିମ ଓଡ଼ିଶା। ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ କରିଛନ୍ତି ଏକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା। ତେବେ ଏହି ପ୍ୟାକେଜ ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଘୋଷଣା କରିଛନ୍ତି। ରାଜ୍ୟର ଅଧିକାଶଂ ବୁଣାକାର ବା ତନ୍ତଶିଳ୍ପ ପଶ୍ଚିମ ଓଡିଶାରେ ଥିବାରୁ ସେଠାକାର ଲୋକଙ୍କ ପାଇଁ ଏହା ଉର୍ଦ୍ଧିଷ୍ଟ।
 
ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି। 
 
 
ଏହି ପ୍ୟାକେଜରେ  concrete ହୋଇନଥିବା  ୧୫,୦୦୦ loom pitକୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି loom pit କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ। ରାଜ୍ୟର ୩୧,୩୪୨ଟି loom pit ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି loom pitକୁ କଂକ୍ରିଟ କରାଯାଇଛି।
 
ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ House-cum-Work shed  ଯୋଗାଇ ଦିଆଯିବ। ଏ ପର୍ଯ୍ୟନ୍ତ ୧୧୬୯୫ଟି House-cum-Work shed ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। 
 
 
ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାରମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।
 
ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ  ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି। ପଞ୍ଚାୟତରାଜ ବିଭାଗର guideline ଅନୁସାରେ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି। ବୁଣାକାରମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ, ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
 
 
ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।