Odisha News: ହାଇସ୍କୁଲ୍ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଟଙ୍କା ଦିଆଯିବ। ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏସବୁ ପାଇଁ ଆବେଦନକାରୀମାନେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ (ଡିଇଓ)ଙ୍କୁ ଚିଠି କରାଯାଇଛି। ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଆବେଦନକାରୀ ମାନେ ଜମିର ତଥ୍ୟ ପ୍ରଦାନ କରିବେ। ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କର ଏଗ୍ରିମେଣ୍ଟକୁ ଦାଖଲ କରିବେ। ସେହିପରି, ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ପାଇଁ କୋଠାବାଡି ନିର୍ମାଣ ବିଭାଗ କିମ୍ବା ବିଡିଏ ,ହାଇସିଂ ବୋର୍ଡ଼ର କାର୍ଯ୍ୟକାରୀ ଯନ୍ତ୍ରୀଙ୍କ ଦ୍ବାରା ଆକଳନ ତଥ୍ୟ ଦାଖଲ କରିବେ। ଏଥିସହ ହାଉସ୍ ପ୍ଲାନ୍ ଦାଖଲ କରିବେ।