Advertisement
Photo Details/zeeodisha/odisha2482652
photoDetails0hindi

Guru Gochar 2024: ଏହିସବୁ ରାଶିଙ୍କ ଭାଗ୍ୟ ଉଦୟ କରିବେ ବୃହସ୍ପତି, ବ୍ୟବସାୟୀ ହେବେ ଲାଭବାନ୍, ଚାକିରିଆ ପାଇବେ ଖୁସି ଖବର!

Guru Gochar 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଦେବଗୁରୁ ବୃହସ୍ପତିଙ୍କୁ ଦାନ, ଧନ,ସନ୍ତାନ,ଜ୍ଞାନ, ପୁଣ୍ୟ ଓ ବୁଦ୍ଧିର କାରକ ବୋଲି ବିବେଚନା କରାଯାଏ। ଏହି କ୍ରମରେ ଦେବଗୁରୁ ବୃହସ୍ପତି ଆଜି ସକାଳ ୧୦ ଟା ୪୫ ମିନିଟ୍ ସମୟରେ ମୃଗଶିରା ନକ୍ଷେତ୍ରକୁ ଚଳନ କରିବେ। ପରେ ନଭେମ୍ବର ୨୮ ତାରିଖରେ ମୃଗଶିରାରୁ ବାହାରି ରାତି ୧ଟା ୧୦ ମିନିଟ୍ ସମୟରେ ରୋହିଣି ନକ୍ଷେତ୍ରକୁ ଚଳନ କରିବେ। ବୃହସ୍ପତିଙ୍କ ଏହି ଚଳନ କିଛି ରାଶିଙ୍କ ପାଇଁ ଶୁଭଯୋଗ ସୃଷ୍ଟି କରୁଥିବା ବେଳେ ଆଉ କିଛି ରାଶିଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରୁଛି। ଜାତକ ବା ରାଶିରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ରହିଲେ ବ୍ୟକ୍ତି ଜଣକ ଜୀବନରେ ସମସ୍ତ ସୁଖ ସମୃଦ୍ଧି ହାସଲ କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ପାଇଁ ଧନର ବର୍ଷା କରିବାକୁ ଯାଉଛନ୍ତି....

1/3
ମେଷ: ବୃହସ୍ପତିଙ୍କ ନକ୍ଷେତ୍ର ପରିବର୍ତ୍ତନ ଏ-ହି ରାଶିର ଭାଗ୍ୟ ଉଦୟ କରିବ। କର୍ମକ୍ଷେତ୍ରରୁ କୌଣସି ପ୍ରକାର ବଡ଼ ଦାୟିତ୍ବ ମିଳିପାରେ।  ଆୟ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ସ୍ଥିରତା ଆସିବ।  ଯେଉଁମାନେ ବ୍ୟବସାୟୀମାନେ ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଚାହୁଁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ପାର୍ଟନରସିପରେ ଚାଲିଥିବା ବ୍ୟବସାୟରେ ପ୍ରଚୁର ଲାଭ ମିଳିବ। ପୁରୁଣା ବିନିଯୋଗରୁ ଅଧିକ ଟଙ୍କା ଲାଭ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହ ପ୍ରେମୀମାନେ ନିଜ ପାର୍ଟନରଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ। ବିଶେଷକରି, ଅବିବାହିତ ଲୋକଙ୍କ ପାଇଁ  ବିବାହର ଯୋଗ ଫିଟିବ। ପୁରୁଣା ରୋଗରୁ ମୁକ୍ତି ମିଳିବ। 

ALSO READ: Cyclone Dana Update: ବାତ୍ୟା 'ଦାନା'କୁ ନେଇ ଆସିଲା ବଡ଼ ଅପଡେଟ୍, ଜାଣନ୍ତୁ କେଉଁ ଜିଲ୍ଲାରେ ମାଡ଼ ହେବ ବାତ୍ୟା?

ALSO READ: Today Horoscope: ଆଜି ସୂର୍ଯ୍ୟଙ୍କ ପରି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?

 

 

2/3
  ମିଥୁନ: ବୃହସ୍ପତିଙ୍କ ନକ୍ଷେତ୍ର ପରିବର୍ତ୍ତନ ଏହି ରାଶି ପାଇଁ ଅତ୍ୟନ୍ତୁ ଶୁଭଫଳ ପ୍ରଦାନ କରିବ। ଏହି ଅବଧି ମଧ୍ୟରେ ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇବେ।  ଆତ୍ମବିଶ୍ବାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଦରମା ବଢିବ। ଯେଉଁମାନେ ପାର୍ଟନର-ସିପରେ ବ୍ୟବସାୟ କରୁଛନ୍ତି । ସେମାନେ ବ୍ୟବସାୟରେ ଅଗ୍ରଗତି କରିବା ସହ ପ୍ରଚୁର ଲାଭ ପାଇବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ପାରିବାରିକ ଜୀବନ ସୁଖମୟ ହେବ। ଅଟକି ଥିବା ଟଙ୍କା ମିଳିବ। ପ୍ରେମୀମାନଙ୍କ ପାଇଁ ସମୟ ଖୁବ୍ ଖାସ୍ ରହିବ। ବିବାହର ଯୋଗ ଫିଟିବ। ସେୟାର ବଜାରରୁ ଲାଭବାନ୍ ହେବେ। ସ୍ବାସ୍ଥ୍ୟ ଭଲ ରହିବ। 

3/3
ବିଛା: ବୃହସ୍ପତିଙ୍କ ନକ୍ଷେତ୍ର ପରିବର୍ତ୍ତନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ବିଶେଷକରି, ଆର୍ଥିକ ସ୍ଥିତି ମଜବୁତ୍ ହେବ। ଏହି ସମୟ ମଧ୍ୟରେ ଯେଉଁମାନେ ଦିର୍ଘ ଦିନ ଧରି ଚାକିରି ଖୋଜୁଛନ୍ତି। ସେମାନଙ୍କୁ ଭଲ ଚାକିରି ମିଳିବ। ବ୍ୟବସାୟୀଙ୍କ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟରେ ପୂର୍ବ ଯୋଜନାକୁ କାର୍ଯ୍ୟକାରୀ କରିବାରେ ସଫଳ ହେବେ। ଫଳରେ ବ୍ୟବସାୟରେ ବୃଦ୍ଧି ଘଟିବ। ଯେଉଁମାନେ ରିୟଲି-ଇଷ୍ଟେଟ୍ ବ୍ୟବସାୟରେ ଜଡି଼ତ ସେମାନେ ନୂଆ ପ୍ରୋଜେକ୍ଟ ପାଇବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ।  ବୈବାହିକ ଜୀବନ ସୁଖମୟ ହେବ। ପ୍ରେମୀମାନଙ୍କ ପାଇଁ ସମୟ ଭଲ ରହିବ। ସାଥୀଙ୍କ ସହ ଏକ ରୋମାଣ୍ଟିକ୍ ଡେଟ୍-ରେ ଯାଇପାରନ୍ତି। ଅସହାୟଙ୍କୁ ସାହାର୍ଯ୍ୟ କରିବେ।    (Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।)