Advertisement
Photo Details/zeeodisha/odisha2614437
photoDetails0hindi

Guru Margi 2025: ବୃହସ୍ପତିଙ୍କ ଶୁଭ ଚଳନ, ଫେବୃଆରୀ ୪ରୁ ଫିଟିବ ଏହି ସବୁରାଶିଙ୍କ ଭାଗ୍ୟ, କ୍ୟାରିୟରକୁ ନେଇ ମିଳିବ ଖୁସି ଖବର!

Guru Margi 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରି ଥାଆନ୍ତି। ଏହି କ୍ରମରେ ବିବାହ, ସନ୍ତାନ, ଜ୍ଞାନ, ସୁଖ ଓ ପ୍ରଗତିର କାରକ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ବୃଷ ରାଶିରେ ବିରାଜମାନ ଥିବା ବେଳେ ଫେବୃଆରୀ ୪ ତାରିଖ ଦିନ ଅପରାହ୍ନ ୧ଟା ୪୬ ମିନିଟ୍ ସମୟରେ ମିଥୁନ ରାଶିରେ ପ୍ରବେଶ କରିବେ। ବୃହସ୍ପତିଙ୍କ ଏହି ଶୁଭ ଚଳନ କିଛି ରାଶି ପାଇଁ ବେଶ୍ ଶୁଭଫଳ ପ୍ରଦାନ କରିବ। ଯଦି ଜାତକରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ରୁହେ, ତେବେ, ବ୍ୟକ୍ତି ଜୀବନରେ ସମସ୍ତ ସୁଖ , ସମୃଦ୍ଧି ପ୍ରାପ୍ତ କରିବା ସହିତ ଧନୀ ହୋଇଥାଏ। ତେବେ,ଆସନ୍ତୁ ଜାଣିବା ବୃହସ୍ପତିଙ୍କ ଶୁଭ ଚଳନ କେଉଁ ସବୁ ରାଶିକୁ ମାଲାମାଲ୍ କରୁଛି....

1/5
ମେଷ: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ବିଶେଷକରି, ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଧାର-କରଜ କରିଥିବା ଟଙ୍କାକୁ ସୁଝିବାରେ ସଫଳ ହେବେ।  ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି, ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। କୌଣସି ଭଲ ସଂସ୍ଥାରୁ ଚାକିରି ମିଳିବା ନେଇ ଫୋନ୍ କଲ୍ ବା ଅଫର ଲେଟର ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇବା ସହ ଦରମା ବଢିବ। ବାଣିଜ୍ୟ-ବ୍ୟବସାୟରେ ଅଗ୍ରଗତି କରିବେ। ଯେଉଁମାନେ ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ସେମାନେ ଏହି ସମୟରେ ଆରମ୍ଭ କଲେ ଭଲ ଦ୍ବି-ପଇସା ଲାଭ ମିଳିବ। ବିଦେଶରେ ଚାଲିଥିବା ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।  ପରିବାର ସହ ଭଲ ସମୟ ଅତିବାହିତ କରିବେ। ଦିର୍ଘ ଦିନର ଗାଡି଼ କିଣିବାର ଆଶା ପୂରଣ ହେବ। ସ୍ବାସ୍ଥ୍ୟଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରେମୀମାନେ ସାଥୀଙ୍କ ସହିତ ଭଲ ସମୟ ଅତିବାହିତ କରିବେ।  

ALSO READ: Today Horoscope: ଆଜି ସତର୍କ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

2/5
  ବୃଷ:  ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବେଶ୍ ଫଳଦାୟୀ ରହିବ। ଦିର୍ଘ ଦିନ ଧରି ଲାଗି ରହିଥିବା ଆର୍ଥିକ ସଙ୍କଟ ଦୂର ହେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଫଳ ପାଇବେ। ଦରମା ବଢିବା ସହିତ ଆୟରେ ବୃଦ୍ଧି ଘଟିବ। ନୂଆ ଘର କିଣିବାର ସ୍ବପ୍ନ ପୂରଣ ହେବ। ଯେଉଁମାନେ ବିଦେଶରେ ନୂଆ ବାଣିଜ୍ୟ-ବ୍ୟବସାୟ ଆରମ୍ଭ କରୁଛନ୍ତି, ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଏହି ସମୟ ବ୍ୟବସାୟରେ କାରବାର ବଢିବ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ। ସରକାରୀ ଚାକିରି ପାଇଁ ସ୍ବପ୍ନ ଦେଖୁଥିବା ଆଶାୟୀଙ୍କ ଆଶା ପୂରଣ ହେବ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ବିଶେଷମାନେ ଦଳ ପକ୍ଷରୁ ବଡ଼ ପଦବୀ ପାଇବେ। ଯେଉଁମାନେ ଦିର୍ଘ ଦିନ ହେବ ସିଙ୍ଗଲ୍ ଅଛନ୍ତି ବା ସାଥୀ ଖୋଜୁଛନ୍ତି, ସେମାନଙ୍କୁ ନୂଆ ଜୀବନ ସାଥୀ ମିଳିବାର ବେଶ୍ ସମ୍ଭାବନା ରହିଛି। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ଅ-ବିବାହିତଙ୍କର ବିବାହ ଯୋଗ ଫିଟିବ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ। 

3/5

କର୍କଟ: ବୃହସ୍ପତିଙ୍କ ରାଶି ପରିବର୍ତ୍ତନ  ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ମଜବୁତ୍ ହେବ। ବ୍ୟବସାୟୀରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ବଦଳାଇବାକୁ ଚେଷ୍ଟା କରୁଛନ୍ତି। ସେମାନେ ଚେଷ୍ଟା ଜାରି ରଖନ୍ତୁ ସଫଳତା ପାଇବେ। ପୁରୁଣା ବିନିଯୋଗରୁ ମାଲାମାଲ୍ ହେବ। ଯେଉଁମାନେ କୌଣସି ସଂସ୍ଥାରେ ବା ସେୟାର ମାର୍କେଟ୍ ରେ ପୁଂଜି ବିନିଯୋଗ କରିବା ପାଇଁ ଚାହୁଁଛନ୍ତି। ସେମାନେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କରିପାରିବେ।  ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ସମାଜରେ ମାନ, ସମ୍ମାନ ବୃଦ୍ଧି ପାଇବ। ପରିବାର ସହ ଭଲ ସମୟ ଅତିବାହିତ କରିବେ। ପିତାମାତାଙ୍କ ସହ ଧାର୍ମିକ ସ୍ଥଳକୁ ଯାତ୍ରା କରିବେ। 

4/5

କୁମ୍ଭ: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶିର ଭାଗ୍ୟ ଚମକାଇବ। ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହେବ।  ଆର୍ଥିକ ସ୍ଥିତି ମଜବୁତ୍ ହେବ। ଯେଉଁମାନେ  ବିଦେଶ ଯିବାକୁ ମନ ବଳାଇଛନ୍ତି। ସେମାନଙ୍କ ସ୍ବପ୍ନ ସାକାର ହେବ। ଉଭୟ ବ୍ୟବସାୟୀ ଓ ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟୀମାନେ ଆଶା ଠାରୁ ଅଧିକ ଲାଭ ପାଇବେ। ବିଦେଶରେ ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ  ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀଙ୍କ ଆଶା ପୂରଣ ହେବ।  ସେୟାର ମାର୍କେଟ୍ ରୁ ଲାଭ ପାଇବେ। ସମାଜରେ ମାନ, ସମ୍ମାନ, ପ୍ରତିଷ୍ଠା ବଢିବ। ପ୍ରେମ ସମ୍ପର୍କରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପିତାମାତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ। 

5/5
  ମୀନ:  ଏହି ରାଶିର ଲୋକଙ୍କ ଭାଗ୍ୟ ବଦଳାଇବେ ଦେବଗୁରୁ ବୃହସ୍ପତି। କ୍ୟାରିୟରରେ ଲାଗି ରହିଥିବା ଅସ୍ଥିରତା ଦୂର ହେବ। କ୍ୟାରିୟରକୁ ନେଇ ଖୁସି ଖବର ମିଳିବ। ସରକାରୀ ଚାକିରି ପାଇଁ ସ୍ବପ୍ନ ଦେଖୁଥିବା ଆଶାୟୀଙ୍କ ସ୍ବପ୍ନ ସାକାର ହେବ। ବ୍ୟାଙ୍କ ବାଲାନ୍ସ ବଢିବ। ବ୍ୟବସାୟରେ ଅଗ୍ରଗତି କରିବେ। ଆର୍ଥିକ ଦେଣନେଣ ପାଇଁ ସମୟ ଶୁଭ ରହିବ।  ଚାକିରିଆମାନେ କର୍ମକ୍ଷେତ୍ରରେ ସମ୍ମାନୀତ ହେବ। ଦିର୍ଘ ଦିନ ଧରି ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ପୁରୁଣା ବିନିଯୋଗରୁ ଅପ୍ରତ୍ୟାଶିତ ଲାଭ ପାଇବେ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। ସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘର ଓ ଗାଡି କିଣିବାର ସ୍ବପ୍ନ ପୂରଣ ହେବ।     (Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)