Navpancham Rajyog 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ବର୍ତ୍ତମାନ ଶନି କୁମ୍ଭ ରାଶିରେ ବିରାଜମାନ ଥିବା ବେଳେ ସେହି ରାଶିକୁ ଫେବୃଆରୀ ୯ ତାରିଖ ସକାଳ ୬ଟା ୪୦ ମିନିଟ୍ ସମୟରେ ମଙ୍ଗଳ ଚଳନ କରିବେ। ଗୋଟିଏ ରାଶିରେ ଶନି-ମଙ୍ଗଳଙ୍କ ଦୁର୍ଲଭ ମିଳନ ନବପଞ୍ଚମ ରାଜଯୋଗ ସୃଷ୍ଟି କରୁଛି। ଏହି ନବପଞ୍ଚମ ରାଜଯୋଗ କିଛି ରାଶି ପାଇଁ ବେଶ୍ ଶୁଭଫଳ ପ୍ରଦାନ କରିବ। ଯଦି ଜାତକରେ ଶନି-ମଙ୍ଗଳଙ୍କ ସ୍ଥିତି ମଜବୁତ୍ ଥାଏ, ତେବେ, ବ୍ୟକ୍ତି ଜୀବନରେ ଧନୀ ହେବା ସହିତ ବୈବାହିକ ଜୀବନ ସୁଖମୟ ହୋଇଥାଏ। ଏବଂ କ୍ୟାରିୟରରେ ଅଭୂତ ପୂର୍ବ ସଫଳତା ହାସଲ କରିଥାଏ। ତେବେ, ଆସନ୍ତୁ ଜାଣିବା ନବ-ପଞ୍ଚମ ରାଜଯୋଗ କେଉଁ ରାଶି ପାଇଁ ଶୁଭଫଳ ପ୍ରଦାନ କରିବାକୁ ଯାଉଛି....
କର୍କଟ: ନବପଞ୍ଚମ ରାଜଯୋଗ ଏହି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ହାସଲ୍ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଯେଉଁମାନେ ଦିର୍ଘ ଦିନ ଧରି ଧାର-କରଜ ଟଙ୍କା ଆଣି ଚିନ୍ତାରେ ରହିଛନ୍ତି। ସେମାନେ ନିଜ ଋଣକୁ ସୁଝିବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ବଦଳାଇବାକୁ ଚାହୁଁଛନ୍ତି। ସେମାନେ ଚେଷ୍ଟା ଜାରି ରଖନ୍ତୁ, ସଫଳତା ନିଶ୍ଚୟ ପାଇବେ। ବ୍ୟବସାୟୀମାନେ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରୁଥିବା ଲୋକେ , ଏହି ସମୟରେ ବ୍ୟବସାୟ ଆରମ୍ଭ କଲେ ଭଲ ଦ୍ବି-ପଇସା ଲାଭ ପାଇବେ। ଆୟର ନୂତନ ଉତ୍ସ ସୃଷ୍ଟି ହେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ପିତାମାତାଙ୍କ ସ୍ବାସ୍ଥ୍ୟ ଭଲ ରହିବ। ପ୍ରେମୀମାନେ ନିଜ ସାଥୀଙ୍କ ସହ ଦୂରଯାତ୍ରା କରିବେ।
ALSO READ: Viral Video: ଧର୍ମ ବଦଳାଇଲେ କି ଓଡି଼ଆ ଅଭିନେତ୍ରୀ ଶିବାନୀ ସଙ୍ଗୀତା , ଭାଇରାଲ୍ ହେଉଛି ଏହି ଭିଡିଓ
ସିଂହ: ସିଂହ ରାଶିଙ୍କ ବ୍ୟକ୍ତି ବିଶେଷଙ୍କ ଜୀବନରେ ବେଶ୍ ପ୍ରଭାବ ପକାଇବ ନବପଞ୍ଚମ ରାଜଯୋଗ। କ୍ୟାରିୟରକୁ ନେଇ କୌଣସି ପ୍ରକାର ଖୁସି ଖବର ପାଇବେ। ଲାଗି ରହିଥିବା ଆର୍ଥିକ ସଙ୍କଟ ଦୂର ହେବ। ବିଶେଷକରି, ସରକାରୀ ଚାକିରିଆଙ୍କ ପାଇଁ ସମୟ ଖାସ୍ ରହିବ। ପଦୋନ୍ନତି ମିଳିବା ସହ ମନ ପସନ୍ଦର ସ୍ଥାନକୁ ଟ୍ରାନ୍ସଫର ହେବ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ଅନଲାଇନ ମାର୍କେଟିଂ, ବୀମା,ଡାକ୍ତରୀ ସେବା କ୍ଷେତ୍ରରେ କାର୍ଯ୍ୟରତ ଲୋକଙ୍କ ପାଇଁ ସମୟ ଶୁଭ ରହିବ। ଛାତ୍ରଛାତ୍ରୀମାନଙ୍କ ପାଇଁ ସମୟ ଭଲ ରହିବ। ଦିର୍ଘ ଦିନ-ଧରି କୋର୍ଟ-କଚେରୀରେ ଲାଗି ରହିଥିବା ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। ପ୍ରଥମ ପ୍ରେମିକା ସହିତ ଭାଙ୍ଗି ଯାଇଥିବା ସମ୍ପର୍କ ପୁଣି ଥରେ ଯୋଡି ହେବା ସହିତ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ।
ALSO READ: Viral Video: ସାହୁ ଭାଉଜଙ୍କ ପରେ ମଞ୍ଚ ପଛପଟୁ ଭାଇରାଲ୍ ହେଲା ଅଭିନେତ୍ରୀ ସୋନାଲିଙ୍କ ଏହି ଭିଡିଓ
ବିଛା : ନବପଞ୍ଚମ ରାଜଯୋଗ ଏହି ରାଶିର ଭାଗ୍ୟ ଉଜ୍ଜଳ କରିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ ମନ ପସନ୍ଦର ଚାକିରି ମିଳିବ। କର୍ମକ୍ଷେତ୍ରରୁ ଶୁଭଫଳ ପାଇବେ। ଦରମାରେ ବୃଦ୍ଧି ହେବ। ସେପଟେ, ବ୍ୟବସାୟରେ ହେଉଥିବା କ୍ଷତିରେ ସୁଧାର ଆସିବ। ବାଣିଜ୍ୟ-ବ୍ୟବସାୟ ଭଲ ଚାଲିବା ସହିତ ଗ୍ରାହକଙ୍କ ସଂଖ୍ୟା ବଢିବ। ଯେଉଁମାନେ, ନୂଆ କାର୍ ଓ ଘର କିଣିବାର ସ୍ବପ୍ନ ଦେଖୁଛନ୍ତି। ସେମାନଙ୍କ ଆଶା ପୂରଣ ହେବେ। ସ୍ବାସ୍ଥ୍ୟ ଭଲ ରହିବ। ପ୍ରେମ ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ପରିବାର ଲୋକଙ୍କ ସହିତ ଭଲ ସମୟ ଅତିବାହିତ କରିବେ। ଅବିବାହିତଙ୍କ ବିବାହ ଯୋଗ ଫିଟିବ।
କୁମ୍ଭ: ନବପଞ୍ଚମ ରାଜଯୋଗ ଏ-ହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। ଆର୍ଥିକ ସ୍ଥିତି ମଜବୁତ୍ ହେବ। କର୍ମକ୍ଷେତ୍ରରେ ବଡ଼଼ ଦାୟିତ୍ବ ମିଳିବ। ଦରମା ବଢିବା ସହିତ ବ୍ୟାଙ୍କ୍ ବାଲାନ୍ସ ବଢିବ। ବ୍ୟବସାୟୀଙ୍କ ପାଇଁ ସମୟ ଅନୁକୂଳ ରହିଛି। ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ ହେବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ମିଳିବ। ବିଦେଶରେ ଚାଲିଥିବା ବାଣିଜ୍ୟ -ବ୍ୟବସାୟରେ ଅଧିକ ଲାଭ ପାଇବେ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ନୂଆ ଗାଡି କିଣିବାର ସ୍ବପ୍ନ ସାକାର ହେବ। ଧାର୍ମିକ କାର୍ଯ୍ୟ କଳାପ ପାଇଁ ମନ ବଢିବ। ଘରେ କୌଣସି ପ୍ରକାର ମାଙ୍ଗଳିକ କାର୍ଯ୍ୟ ହେବ। ପିତାମାତାଙ୍କ ସହ ଧାର୍ମିକ ସ୍ଥଳ ଯାତ୍ରା କରିବେ। ନିଜ ସନ୍ତାନଙ୍କ ଠାରୁ କୌଣସି ପ୍ରକାର ଖୁସି ଖବର ମିଳିବ। ବିଦେଶ ଯାତ୍ରାର ଯୋଗ ରହିଛି। ପ୍ରେମୀମାନେ ନିଜ ସାଥୀଙ୍କ ସହିତ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ଜୀବନସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ।
ମୀନ: ନବପଞ୍ଚମ ରାଜଯୋଗ ଏ-ହି ରାଶିର ଭାଗ୍ୟ ଚମକାଇବ। ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜବୁତ୍ ହେବ। ଯେଉଁମାନେ କୌଣସି ସଂସ୍ଥାରେ ପୁଂଜି ବିନିଯୋଗ କରିବା ପାଇଁ ଯୋଜନା କରିଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିଛି। ଏହି ସମୟରେ ବିନିଯୋଗ କଲେ ଭଲ ଲାଭ ପାଇବେ। କ୍ୟାରିୟକୁ ନେଇ ଲାଗି ରହିଥିବା ଅସ୍ଥିରତା ଦୂର ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହ ସମ୍ମାନୀତ ହେବେ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ଯେଉଁ ଛାତ୍ରଛାତ୍ରୀମାନେ ବିଦେଶରେ ପାଠ ପଢିବା ପାଇଁ ଇଚ୍ଚା ରଖିଛନ୍ତି। ସେମାନଙ୍କ ଆଶା ପୂରଣ ହେବ। ପାର୍ଟନର ସିପ୍-ରେ ଚାଲିଥିବା ବ୍ୟବସାୟରେ କାରବାର ଭଲ ହେବ। ନୂଆ ଯୋଜନାକୁ ବ୍ୟବସାୟରେ କାର୍ଯ୍ୟକାରୀ କରି ଭଲ ଦ୍ବି-ପଇସା ଲାଭ ପାଇବେ। ସ୍ବାସ୍ଥ୍ୟ ଭଲ ରହିବା ସହିତ ମାନସିକ ଶାନ୍ତି ବଜାୟୀ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़