Shani Gochar 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଆସନ୍ତା ଫେବୃଆରୀ ୨୭ ତାରିଖ ସକାଳ ୭ଟା ୪୦ ମିନିଟ୍ ସମୟରେ ଶନିଦେବ ଶତାବିଷ ନକ୍ଷତ୍ରରୁ ପୂର୍ବଭଦ୍ରା ନକ୍ଷତ୍ରକୁ ଚଳନ କରିବେ। ସେହି ଦିନ ଫାଲଗୁନ୍ ଅମାବାସ୍ୟା ପଡୁଛି। ଫାଲଗୁନ ଅମାବାସ୍ୟାରେ ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଦୁର୍ଲଭ ଯୋଗ ସୃଷ୍ଟି କରୁଛି। ଏହି ଦୁର୍ଲଭ ଯୋଗ କିଛି ରାଶି ପାଇଁ ବରଦାନ ପାଲଟିବ। ଯଦି ଜାତକ ବା ରାଶିରେ ଶନିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ଧନୀ ହେବା ସହିତ ଅମାପ ଧନ-ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା ସେହି ରାଶି ଗୁଡିକ ବିଷୟରେ...
କର୍କଟ: ଶନିଙ୍କ କୃପାରୁ ଚମକିବ ଏହି ରାଶିର ଭାଗ୍ୟ ଚମକିବାକୁ ଯାଉଛି। ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ଅଧା ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସଫଳ ହେବେ। ବାଣିଜ୍ୟ -ବ୍ୟବସାୟରେ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ଯେଉଁମାନେ ବିଦେଶରେ ନୂଆ ବ୍ୟବସାସ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି। ସେମାନଙ୍କ ପାଇଁ ସମୟ ଅନକୂଳ ରହିବ। ଏହି ସମୟରେ ଆରମ୍ଭ କଲେ ଭଲ ଦ୍ବି-ପଇସା ଲାଭ ପାଇବେ। ବାକି ପଡିଥିବା ଟଙ୍କା ପାଇବେ। ଯେଉଁ ଛାତ୍ରଛାତ୍ରୀମାନେ ବିଦେଶରେ ପାଠ ପଢିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଖାସ୍ ରହିବ। ପ୍ରେମ ସମ୍ପର୍କ ଅଧିକ ମଜବୁତ ହେବା ସହିତ ନିଜ ସାଥୀଙ୍କ ସହିତ ଡେଟ୍ ରେ ଯିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବିଛା: ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶିର ଉଦୟ କରିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବାଣିଜ୍ୟ- ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବେ। ଯେଉଁମାନେ କୌଣସି ସଂସ୍ଥାରେ ପୁଞ୍ଚି ବିନିଯୋଗ ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଭଲ ରହିଛି। ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଭଲ ରିଟର୍ଣ୍ଣ ପାଇବେ। ସେୟାର ମାର୍କେଟ୍, ଅନଲାଇନ୍ ବିଜନେସ୍ କାରବାର ଓ ସଫର୍ଟୋଓ୍ବାର କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ସମୟ ଅନୁକୂଳ ରହିବ। ଆର୍ଥିକ ଲାଭ ବଢିବ। ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କ ଆଶା ପୂରଣ ହେବ। ଦିର୍ଘ ଦିନ ଧରି କୋର୍ଟ କଚେରୀରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଫାଟ ଦୂର ହେବ। ପରିବାର ସହ ଭଲ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ଭଲ ରହିବ।
ट्रेन्डिंग फोटोज़