Shukra Vakri In Pisces: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ର-ହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ପ୍ରେମ, ସମ୍ପର୍କ, ସୌନ୍ଦର୍ଯ୍ୟ ଓ ଆନନ୍ଦର କାରକ ଶୁକ୍ର ବର୍ତ୍ତମାନ ମୀନ ରାଶିରେ ବିରାଜମାନ ଥିବା ବେଳେ ମାର୍ଚ୍ଚ ୨ ତାରିଖ ସକାଳ ୭ଟା ୩୦ ମିନିଟ୍ ସମୟରେ ସେହି ରାଶିକୁ ଓଲଟା ଚଳନ କରିବେ। ଶୁକ୍ରଙ୍କ ଓଲଟା ଚଳନ କିଛି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବାକୁ ଯାଉଛି। ଯଦି ଜାତକରେ ଶୁକ୍ରଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜଣକ ତା ଜୀବନରେ ସମସ୍ତ ପ୍ରକାର ସୁଖ, ସମୃଦ୍ଧି ଲାଭ କରିବା ସହିତ କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ସବୁ ରାଶିଙ୍କ ଭାଗ୍ୟ ଚମକାଇବାକୁ ଯାଉଛନ୍ତି ଶୁକ୍ର....
କର୍କଟ: ଶୁକ୍ରଙ୍କ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ବିଶେଷକରି, ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରୁ କୌଣସି ପ୍ରକାର ଶୁଭ ଖବର ମିଳିପାରେ। କର୍ମକ୍ଷେତ୍ରରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ଯେଉଁମାନେ,ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ଭଲ କମ୍ପାନୀରୁ ଚାକିରି ଅଫର ମିଳିବ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ଉଚ୍ଚ ଶିକ୍ଷା ପାଇଁ ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀଙ୍କ ଆଶା ପୂରଣ ହେବ। ନୂଆ ଘର କିଣିବାର ସ୍ବପ୍ନ ସାକାର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ।
ALSO READ: Shani Gochar 2025: ଶନିଙ୍କ ଶୁଭ ଚଳନ ଫିଟାଇବ ୫ରାଶିଙ୍କ ଭାଗ୍ୟ,କ୍ୟାରିୟରରେ ମିଳିବ ସଫଳତା ସହ ହେବ ଟଙ୍କା ବର୍ଷା!
ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?
ମୀନ: ଶୁକ୍ରଙ୍କ ଓଲଟା ଚଳନ ଏହି ରାଶିର ଭାଗ୍ୟ ଉଦୟ କରିବ। କ୍ୟାରିୟରରେ ଅଗ୍ରଗତି କରିବେ। ଯେଉଁମାନେ ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଛନ୍ତି। ସେମାନଙ୍କ ଆଶା ପୂରଣ ହେବ। ବାଣିଜ୍ୟ- ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବା ସହ ନୂଆ ବାଣିଜ୍ୟ-ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିବାର ସହ ହୋଇଥିବା ବିବାଦର ଅନ୍ତ ଘଟିବ। ପାର୍ଟନର ସିପ୍-ରେ ଚାଲିଥିବା ବ୍ୟବସାୟରୁ ଅଧିକ ଟଙ୍କା ରୋଜଗାର କରିବାରେ ସମର୍ଥ ହେବେ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ। ସେୟାର ମାର୍କେଟ୍ କିମ୍ବା କୌଣସି ସଂସ୍ଥାରେ ପୁଞ୍ଚି ବିନିଯୋଗ କରିବା ପାଇଁ ଚାହୁଁଥିବା ଲୋକଙ୍କର ସମୟ ଖାସ୍ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କରନ୍ତୁ ଭଲ ରିଟର୍ଣ୍ଣ ପାଇବେ। ପରିବାର ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ।
ସିଂହ: ଶୁକ୍ରଙ୍କ କୃପା ଏହି ରାଶିର ବ୍ୟକ୍ତି ବିଶେଷଙ୍କୁ ଧନବାନ୍ କରାଇବ। ଏହି ସମୟ ମଧ୍ୟରେ ନୂଆ ନିଯୁକ୍ତି ସୁଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଆର୍ଥିକ କାରବାର ପାଇଁ ସମୟ ଭଲ ରହିବ। ଯେଉଁମାନେ ଦିର୍ଘ ଦିନ ହେବ କୌଣସି ପ୍ରକାର ନୂଆ ବ୍ୟବସାୟ ବିଦେଶରେ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ଏହି ସମୟ ଶୁଭ ରହିବ। କର୍ମକ୍ଷେତ୍ରରେ ସମ୍ମାନୀତ ହେବା ସହ ଦରମା ବଢିବ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସକ୍ଷମ ହେବେ।
ट्रेन्डिंग फोटोज़