Road Accident: ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୭ ମୃତ
Advertisement
Article Detail0/zeeodisha/odisha2104692

Road Accident: ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୭ ମୃତ

Road Accident: ଏ-ମିତି ବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁକିଛି। କ୍ଷଣିକ ମଧ୍ୟରେ ଲିଭିଗଲା ୭ ଜୀବନ ଦୀପ । ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଏକ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଭୟଙ୍କର ଦୁର୍ଘଟଣା ହୋଇଛି । ପୋଲିସ୍ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

Road Accident: ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୭ ମୃତ

Road Accident: ଏ-ମିତି ବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁକିଛି। କ୍ଷଣିକ ମଧ୍ୟରେ ଲିଭିଗଲା ୭ ଜୀବନ ଦୀପ । ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଏକ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଭୟଙ୍କର ଦୁର୍ଘଟଣା ହୋଇଛି । ପୋଲିସ୍ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ ଜାରି ରଖିଛି।  ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲା କଭାଲି ଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। 

ALSO READ: Flight Service: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର, ଏହି ଦିନ ଉଡି଼ବ କୋଲକାତା-ଭୁବନେଶ୍ବର-ଝାରସୁଗୁଡା ଫ୍ଲାଇଟ୍

ସୂଚନା ଅନୁଯାୟୀ,ଶନିବାର ଭୋର ସମୟରେ ଆନ୍ଧ୍ରପ୍ରଦେଶ ନେଲୋର ଜିଲ୍ଲା କଭାଲିଠାରେ ଭୟଙ୍କର ଦୁର୍ଘଟଣା ଘଟିଛି । କଭାଲି ଟୋଲ୍ ପ୍ଲାଜା ନିକଟରେ ଏକ ଟ୍ରକ ବିପରୀତ ଦିଗରୁ ଆସୁଥିବା ଏକ ବେସରକାରୀ ଯାତ୍ରୀବାହୀ ବସକୁ ଆଗ ପଟରୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ରୁ ଅଧିକ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି । ତେବେ ନେଲୋର ସରକାରୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨  ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ମୃତକଙ୍କ ସଂଖ୍ୟା ୭ରେ ପହଞ୍ଚିଛି । ଆହତଙ୍କ ମଧ୍ୟରେ ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ତେବେ ଦୁର୍ଘଟଣାରେ ବସର ଆଗ ଅଂଶଟି ଭାଙ୍ଗି ଚୁରମାର ହୋଇଯାଇଛି ।ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ କଭାଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।