L.K. Advani: ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍
Advertisement
Article Detail0/zeeodisha/odisha2309925

L.K. Advani: ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍

L.K. Advani: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଏନେଇ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି। 

L.K. Advani: ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍

L.K. Advani: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଏନେଇ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଡଭାନୀ ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁଁ ସେ ହସ୍ପିଟାସଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଗତକାଲି (ବୁଧବାର) ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ହଠାତ୍ ବିଗିଡି ଯାଇଥିଲେ। ପରେ ତାଙ୍କୁ  ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। 

ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଚଳିତ ବର୍ଷ ଆଡଭାନୀଙ୍କୁ ଭାରତ ରତ୍ନ ଦିଆଯାଇଥିଲା।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ  ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ।  ଏହି ସମୟରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରମୁଖ ଉପସ୍ଥିତ ଥିଲେ।  ସ୍ବାସ୍ଥ୍ୟବସ୍ଥା ଭଲ ନଥିବାରୁ ସେ ପୁରସ୍କାର ଗ୍ରହଣ କରିବା ପାଇଁ ଯାଇପାରି ନଥିଲେ।   ୯୬ ବର୍ଷୀୟ ଏହି ଭେଟେରାନ ରାଜନେତା ୧୯୨୭ ନଭେମ୍ବର ୮ରେ ପାକିସ୍ତାନର କରାଚୀରେ ଜନ୍ମଗ୍ରହଣ କରିଥିଲେ ଆଡଭାନୀ।  ସେ ଅନେକ ବାର ବିଜେପିର ଅଧ୍ୟକ୍ଷ ପଦରେ ରହିଥିଲେ।  ଅଟଳ ବିହାରି ବାଜପେୟୀଙ୍କ ନେତୃତ୍ବାଧିନ ସରକାରରେ  ସେ ସ୍ବରାଷ୍ଟ୍ରମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ଭଳି ଗୁରୁତ୍ବପୂର୍ଣ୍ଣ ପଦବୀରେ ରହିଥିଲେ।  ୯୬ ବର୍ଷିୟ ଆଡଭାନୀ ୨୦୦୨ ଜୁନରୁ  ୨୦୦୪ ମେ ପର୍ଯ୍ୟନ୍ତ ଉପ ପ୍ରଧାନମନ୍ତ୍ରୀ ଭଳି ଗୁରୁତ୍ବପୂର୍ଣ୍ଣ ପଦବୀରେ ରହିଥିଲେ। ୧୯୯୯ ଅକ୍ଟୋବରରୁ  ୨୦୦୪ ମେ ପର୍ଯ୍ୟନ୍ତ ସ୍ବରାଷ୍ଟ୍ର ମନ୍ତ୍ରୀ ଥିଲେ।  ସେହିଭଳି, ୧୯୮୬ରୁ ୧୯୯୦, ୧୯୯୩ ରୁ ୧୯୯୮ ଏବଂ ୨୦୦୪ରୁ ୨୦୦୫ ପର୍ଯ୍ୟନ୍ତ ବିଜେପି ଅଧ୍ୟକ୍ଷ ଥିଲେ।