Advertisement
Photo Details/zeeodisha/odisha2573007
photoDetails0hindi

Rashifal 25 December 2024: ୨୫ ଡିସେମ୍ୱରରେ ସୂର୍ଯ୍ୟଦେବ ଚମକାଇବେ ଏହି ସବୁ ରାଶିର ଭାଗ୍ୟ, ପଢ଼ନ୍ତୁ ନିଜର ରାଶିଫଳ!

Rashifal 25 December 2024: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସମୁଦାୟ ୧୨ଟି ରାଶି ବିଷୟରେ ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶି ଗୋଟିଏ ଲେଖାଁଏ ଗ୍ରହ ଦ୍ୱାରା ପରିଚାଳିତ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଗତିବିଧି ଉପରେ ଆଧାର କରି ରାଶିଫଳ ଆକଳନ କରାଯାଏ। ବୁଧବାର ୨୫ଡିସେମ୍ବର ଅଟେ।  ତେବେ ଜାଣନ୍ତୁ କେଉଁ ରାଶି ଗୁଡିକ ୨୫ ଡିସେମ୍ବର ୨୦୨୪ ରେ ଉପକୃତ ହେବେ ଏବଂ କେଉଁ ରାଶି ଗୁଡିକୁ ସତର୍କ ରହିବାକୁ ପଡିବ।

1/12
ମେଷ ରାଶି: ମଉଜ ମଜଲିସରେ ଦିନଟି କଟିବେ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ। ପାରିବାରିକ ସୁଖଶାନ୍ତି ବଜାୟ ରହିବ। ସେବା ଓ ପୂଜାର୍ଚ୍ଚନା ନେଇ ମନ ବଳିବ।

2/12

ବୃଷ ରାଶି: ଦୃଢ଼ମନା ହେବେ। ଋଣ ପରିଶୋଧ ଶାନ୍ତି ମିଳିବ। ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବା ନେଇ ଯୋଗ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ।

3/12

ମିଥୁନ ରାଶି: କର୍ମ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ। ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ରହିବ। ଆୟ ବୃଦ୍ଧି ପାଇବ। ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ।  

4/12

କର୍କଟ ରାଶି: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ। ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ। କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଆୟ ବଢିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ।

5/12

ସିଂହ ରାଶି: ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ। ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେବେ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ।

6/12

ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ। ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ। ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ।

7/12

ତୁଳା ରାଶି: ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ। ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ। ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ।

8/12

ବିଛା ରାଶି: ସ୍ୱାସ୍ଥ୍ୟ ସମସ୍ୟା ସହ ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ। ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ। ଦୂରଯାତ୍ରା ନେଇ ସମ୍ଭାବନା ରହିଛି।  

9/12
ଧନୁ ରାଶି: ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପ୍ରିୟଜନଙ୍କ ସହ କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ସମସ୍ୟାମାନ ଲାଗି ରହିବ। ଆଜି ଦୂରଯାତ୍ରା ନକରିବା ଭଲ।

10/12

ମକର ରାଶି: ଆତ୍ମବିଶ୍ଵାସର ସହିତ ପ୍ରତ୍ୟେକ କାର୍ଯ୍ୟ କରିବା ଦ୍ବାରା ସଫଳତା ଲାଭ କରିବେ । ଗୃହସ୍ଥ ଜୀବନ ସୁଖମୟ ହେବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ବାଣୀ ଉପରେ ନିୟନ୍ତ୍ରଣ ରଖିନ୍ତୁ। ଦୂରଯାତ୍ରା ନେଇ ଯୋଗ ରହିଛି।

11/12
କୁମ୍ଭ ରାଶି: ଦେହ ଓ ମନ ଭଲ ରହିବ। ଦିନଟିର ଉତ୍ସାହ ସହ କଟିବ। ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ। ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ସମ୍ପର୍କ ମଧୁର ହେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ।  

12/12

ମୀନ ରାଶି: ଆଳସ୍ୟ ଓ ଥକ୍କା ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ସମସ୍ୟା ଆସିପାରେ। ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ।