Advertisement
Photo Details/zeeodisha/odisha1870428
photoDetails0hindi

Today Horoscope: ଜାଣନ୍ତୁ ଆଜିର ରାଶିଫଳ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ସେପ୍ଟେମ୍ବର ୧୪ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକ

1/12

Horoscope of 14th September 2023: ମେଷ: ସୁଯୋଗର ଉପଯୋଗ କରିପାରନ୍ତି। ଶ୍ରମ ସାର୍ଥକ ହୋଇପାରେ। ଶୁଭ ଖବର ପାଇଁ ପ୍ରଫୁଲ୍ଳିତ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି।  

2/12

ବୃଷ: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ। ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ। ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ। ମିଠା କଥାରେ ପରକୁ ନିଜର କରିବେ।   

3/12

ମିଥୁନ: ଭଲ ରୋଜଗାର ହେବାର ସୂଚନା ମିଳୁଛି। ଜନ ସଂପର୍କ ବୃଦ୍ଧି ପାଇବ। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ଉପରେ ଉପର କାନ ଡେରିବେ।  

4/12

କର୍କଟ: ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ। ଅନାଦର ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଅର୍ଥ ଟାଣ-ଟୁଣ ରହିବ। କେବଳ ଭାଗ ବ୍ୟବସାୟରେ ସାମାନ୍ୟ ପରିମାଣର ଲାଭ ମିଳିବ।  

5/12

ସିଂହ: ଅନିଶ୍ଚିତତା ଅନୁଭବ କଲେ ବି ଉଦ୍ୟମ ଜାରି ରଖିବେ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୂକୂଳ ରହିଛି। ଆନନ୍ଦ ଉପଭୋଗ କରିପାରନ୍ତି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ।    

6/12

କନ୍ୟା: ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁର ମୁକାବିଲା କରିବେ। ଶେଷରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ପାଇଁ ଖୁସି ହୋଇପାରନ୍ତି। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣପରିଶୋଧ କରି ଚିନ୍ତାମୁକ୍ତ ହେବେ।  

7/12

ତୁଳା: ମହିଳା ଓ ବିଦ୍ୟାର୍ଥୀଙ୍କୁ ଜଗି ରଖି ଚଳିବାକୁ ପଡିବ। ସାମାନ୍ୟ ମାତ୍ରାର ଶାରୀରିକ ପୀଡା ଅନୁଭବ କରିପାରନ୍ତି। ଈର୍ଷା ସ୍ୱଭାବର ହେବେ। ଜଳଯାତ୍ରା ଉପରେ ସତର୍କତା ଲୋଡା। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ ହେବେ।

8/12

ବିଛା: ଯେକୌଣସି କାର୍ଯ୍ୟ ବରାଦ ହେଲେ ବି; ସେଥିରେ ଉତ୍ସାହ ବୃଦ୍ଧି ପାଇବ। ପରିଶ୍ରମର ମୂଲ୍ୟ ମିଳିବ। କନ୍ୟା ସନ୍ତାନ ଆପଣଙ୍କ ପାଇଁ ଶୁଭଦାୟକ ହେବ। କେତେକ କ୍ଷେତ୍ରରେ ଭୁଲ୍ ବୁଝାମଣାର ବଶବର୍ତ୍ତୀ ହୋଇପାରନ୍ତି। ତ୍ୟାଗପୁତ ଜୀବନଯାପନ କରିବେ।  

9/12

ଧନୁ: ସଞ୍ଚୟ ଉପଯୋଗ କରିପାରନ୍ତି। କଳହଠାରୁ ନିଜକୁ ଦୂରେଇ ରଖିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ସରକାରୀ ସ୍ତରରୁ ଲାଭ ଉଠାଇବେ।  

10/12

ମକର: ଖବର ଆପଣଙ୍କ ପାଇଁ ସୁଖକର ହେବ ନାହିଁ। ତଥାପି ଭାଗ୍ୟର ପରିବର୍ତ୍ତନ ଆଶା କରାଯାଏ। ବିଭିନ୍ନ ଦିଗରୁ ଧନାଗମନ ହେବାର ସୂଚନା ମିଳୁଛି। ପରିବେଶ ସ୍ୱାସ୍ଥ୍ୟ ହାନିର କାରଣ ହୋଇପାରେ। ଏକ ପତ୍ନୀ ବ୍ରତ ଆଚରଣ କରିପାରନ୍ତି। ଅଶାନ୍ତି ଦୂର ହୋଇପାରେ।    

11/12

କୁମ୍ଭ: ଅଜାଣତରେ ଶତ୍ରୁତା ସୃଷ୍ଟି ହୋଇପାରେ। କାର୍ଯ୍ୟରେ ବାଧା ଉପୁଜିବାର ସମ୍ଭାବନା ଅଛି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଭାଷାର ମାଧୁର୍ଯ୍ୟତା ପରକୁ ଆପଣାର କରିବ। ରାଜଯୋଗ ଭୋଗ ହେବ।  

12/12

ମୀନ: ଧର୍ମ-ଧାରଣା ଆପଣଙ୍କୁ ବିଜୟ ସୂଚନା ପ୍ରଦାନ କରିବ। ଉଚ୍ଚ ଆଶା ପୂରଣ ହୋଇପାରେ। ଭଲ ଆୟ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଉତ୍ତମ ଭୋଜନ ମିଳିବ। ନୂଆବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ। ସୁଖଭୋଗ କରିପାରନ୍ତି।