Advertisement
Photo Details/zeeodisha/odisha2653168
photoDetails0hindi

Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

 
Horoscope Today 20 February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୨୦ ହେଉଛି ଗୁରୁବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12
ମେଷ-ଆଜି କର୍ମକ୍ଷେତ୍ରରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ। ଅଧିକ ପରିଶ୍ରମ ଯୋଗୁଁ ଆଳସ୍ୟର ବଶବର୍ତ୍ତୀ ହେବେ ହେଲେ ମଧ୍ୟ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ଧନକ୍ଷୟ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଅଙ୍ଗରେ ଆଘାତ ଲାଗିପାରେ।

ALSO READ: ଛାତ ଉପରେ ମଣ୍ଟୁ ଛୁରିଆଙ୍କ ସହ ଏମିତି କିଛି କରୁଥିଲେ କଣ୍ଠଶିଳ୍ପୀ ଅସୀମା ପଣ୍ତା, ଭାଇରାଲ୍ ହେଲା ଭିଡିଓ

ALSO READ: Malavya Rajyog 2025: ଏହି ୫ରାଶିଙ୍କୁ ଧନୀ କରିବ ମାଲବ୍ୟ ରାଜଯୋଗ, ବଢିବା ବ୍ୟାଙ୍କ ବାଲାନ୍ସ ସହ କ୍ୟାରିୟରେ ମିଳିବ ସଫଳତା!

2/12
ବୃଷ-ଆଜି ଦିନଟି ଶୁଭ ରହିବ।  ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ। ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ। ଛାତ୍ରମାନେ ଭଲ ଫଳାଫଳ ପାଇବେ । 

3/12
ମିଥୁନ-କ୍ରୋଧରୁ ଦୂରେଇ ରୁହନ୍ତୁ । କ୍ୟାରିୟରେ ଅଶୁଭ ଫଳ ପ୍ରାପ୍ତ ହେବ।  ପରିବାରରେ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ବନ୍ଧୁଙ୍କ ସାହାଯ୍ୟରେ ସମ୍ପତ୍ତିରୁ ଧନ ପ୍ରାପ୍ତ ହୋଇପାରିବ। ବିଦ୍ୟାର୍ଥୀମାନେ ମିଶ୍ର ଫଳ ପ୍ରାପ୍ତ କରିବେ। ଅଧିକ ବ୍ୟୟର ଯୋଗ ରହିଛି। ମନ ଅସୁବିଧାରେ ପଡ଼ିବ। 

4/12
କର୍କଟ-ଚାକିରିରେ ପଦୋନ୍ନତି ହେବାର ସମ୍ଭାବନା ଅଛି । ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ହେବ । ଅତ୍ୟଧିକ ପରିଶ୍ରମ ସ୍ୱାସ୍ଥ୍ୟକୁ ନଷ୍ଟ କରିପାରେ । ଟଙ୍କା କାରବାରରେ ସାବଧାନ ରୁହନ୍ତୁ । ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହେବ ।

5/12
ସିଂହ-ଦିନଟି ଆପଣଙ୍କୁ ଉତ୍ତମ ଫଳ ଦେବ । ଅର୍ଥ ନିବେଶ ପାଇଁ ଦିନଟି ଖୁବ୍ ଭଲ ରହିଛି । ଅଧିକ ଆୟର ଯୋଗ ରହିଛି । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଚାକିରି କ୍ଷେତ୍ରରେ ନୂତନ ପଦବୀ ମିଳିପାରେ ।

6/12
କନ୍ୟା-  ଆଜି ଦିନଟିରେ ଦୃଢ଼ ମନା ହୋଇ କାର୍ଯ୍ୟ କରିବେ। ଅଟକିଥିବା କାର୍ଯ୍ୟ ନିଶ୍ଚିତ ଭାବେ ସଂପୂର୍ଣ୍ଣ ହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ଯାହା ଆପଣଙ୍କ ପାଇଁ ମଧ୍ୟ ଲାଭଦାୟକ ପ୍ରମାଣିତ ହେବ। କର୍ତ୍ତବ୍ୟ ନିଷ୍ଠ ହୋଇ କାର୍ଯ୍ୟ କରିବେ। 

7/12
  ତୁଳା- ଆଜି ସକାଳୁ ଦେବ ଦର୍ଶନର ଯୋଗ ରହିଛି। ବ୍ୟବସାୟ ବିସ୍ତାର ପାଇଁ ଆପଣ ପରିବାରରୁ ଆର୍ଥିକ ସହାୟତା ପାଇପାରିବେ । ଦାନ ଧର୍ମ କରି ଦିନଟି କଟିବ। ମନରେ ସାମାନ୍ୟ ବିଷାଦ ସୃଷ୍ଟି ହୋଇପାରେ। ମନ ଖୁସି ହେବ, କିନ୍ତୁ ଧୈର୍ଯ୍ୟ ବଜାୟ ରଖିବାକୁ ଚେଷ୍ଟା କରନ୍ତୁ। ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । 

8/12
ବିଛା- ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ ହେବ । ଆର୍ଥିକ ସ୍ଥିତିରେ ସୁଧାର ଦେଖାଦେବ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇ ଖୁସି ହେବେ । ପରିବାରର ସହଯୋଗ ମିଳିବ । ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି । 

9/12
ଧନୁ- ଆଜି ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ। ଛାତ୍ରମାନେ ଭଲ ଫଳାଫଳ ପାଇବେ । ଆପଣଙ୍କ ବିବାହିତ ଜୀବନ ଖୁସି ହେବ । ଆପଣ ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । 

10/12
ମକର- ଦିନରେ କିଛି ବାଧା ବିଘ୍ନ ଦେଖାଦେଇପାରେ । କରିଥିବା ଆର୍ଥିକ ଯୋଜନାରୁ ଲାଭ ପ୍ରାପ୍ତ ହେବ। ବିଦ୍ୟାର୍ଥୀମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ । ମାନହାନି ହେବାର ସମ୍ଭାବନା ରହିଛି । ଆର୍ଥିକ ସ୍ଥିତି ଦୁର୍ବଳ ହେବ। 

11/12
କୁମ୍ଭ-ଦିନଟି ବ୍ୟସ୍ତ ବହୁଳତାରେ କଟିବ। ଆର୍ଥିକ ସ୍ଥିତି ଠିକ୍‌ ରହିବ ନାହିଁ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ ।ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ ।

12/12
  ମୀନ- ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ । ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ପିଲାମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ରମାନଙ୍କ ପାଇଁ ସମୟ ଭଲ ରହିବ । ସ୍ୱାସ୍ଥ୍ୟ ମଧ୍ୟମ ରହିବ । ସୁଖ ସମ୍ମାନ ଲାଭ ହେବ ।