Schools and Colleges Closed: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି।
Trending Photos
Schools and Colleges Closed On 17th Sept: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
କହିରଖୁଛୁ ଯେ ଆସନ୍ତା ୧୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି । ଏହି ଗସ୍ତ ସମୟରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ପିଏମ ମୋଦିଙ୍କ ଏହି ସମ୍ପୂର୍ଣ୍ଣ ଗସ୍ତର ସୂଚୀ ବର୍ତ୍ତମାନ ସାମ୍ନାକୁ ଆସିଛି ।
ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ୧୭ ତାରିଖ (ମଙ୍ଗଳବାର ଦିନ) ୧୧.୩୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ସଡକ ପଥ ଦେଇ ୧୧.୫୫ ମିନିଟରେ ଭୁବନେଶ୍ୱର ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ଦିନ ୧୨ଟାରୁ ୧ ଘଟିକା ପର୍ଯ୍ୟନ୍ତ ଜନତା ମଇଦାନର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।
ପ୍ରଧାନମନ୍ତ୍ରୀ ଜନତା ମଇଦାନର ଏହି କାର୍ଯ୍ୟକ୍ରମରେ ବହୁ ପ୍ରତିକ୍ଷୀତ ସୁଭଦ୍ରା ଯୋଜନା ସହ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ଏହାପରେ ସେ ମଧ୍ୟାହ୍ନ ୧.୨୫ ରେ ଭୁବନେଶ୍ୱର ଏୟାରପୋର୍ଟରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।
Also Read: Protein Deficiency: ଶରୀରରେ ଏପରି ଲକ୍ଷଣ ଦେଖାଯାଉଥିଲେ ବୁଝି ନିଅନ୍ତୁ ଯେ ଆପଣଙ୍କ ଠାରେ ପ୍ରୋଟିନର ଅଭାବ ଅଛି
Also Read: PM Post: ଜଣେ ବିରୋଧୀଦଳ ବଡ଼ ନେତା ମୋତେ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରସ୍ତାବ ଦେଇଥିଲେ: ଗଡକରୀ