ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ଜାଣନ୍ତୁ କାହିଁକି ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ..
Advertisement
Article Detail0/zeeodisha/odisha2461369

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ଜାଣନ୍ତୁ କାହିଁକି ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ..

Cm mohan charana majhi: ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନିବେଶକ ସମ୍ମିଳନୀରେ ଯୋଗଦେଇଥିଲେ। ରାଜ୍ୟକୁ କିପରି ଅଧିକ ନିବେଶ ଆସିବ, ସେ ନେଇ ନିବେଶକଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। 

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ, ଜାଣନ୍ତୁ କାହିଁକି ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ..

ଭୁବନେଶ୍ଵର: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଏଥିସହ ୮ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହା ବୈଠକ କରିବେ। ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ। ଏଥିରେ ୫ଜଣ କେନ୍ଦ୍ରମନ୍ତ୍ରୀ, ଡେପୁଟି ଏନ୍‌ଏସ୍‌ଏ, କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ବୈଠକ ପୂର୍ବରୁ ଆଜି ଅମିତ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ମାଓବାଦୀ ମୁକାବିଲା ନେଇ ଆଲୋଚନା କରିବେ। 

 ଅନ୍ୟପଟେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନିବେଶକ ସମ୍ମିଳନୀରେ ଯୋଗଦେଇଥିଲେ। ରାଜ୍ୟକୁ କିପରି ଅଧିକ ନିବେଶ ଆସିବ, ସେ ନେଇ ନିବେଶକଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। 

ଅଧିକ ପଢନ୍ତୁ...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ରାଗିଂ ଘଟଣା; ୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

https://zeenews.india.com/hindi/zeeodisha/state-news/bramhapura-university-ranging-issue/2461294