Sadhu Meher: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2091555

Sadhu Meher: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Sadhu Meher Passed Away: ଶୁକ୍ରବାର ପଦ୍ମଶ୍ରୀ ସମ୍ମାନିତ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ ସାଧୁ ମେହେରଙ୍କ ପରଲୋକ ହୋଇଛି। ୮୪ ବର୍ଷ ବୟସରେ ମୁମ୍ବାଇରେ ସାଧୁ ମେହେରଙ୍କ ପରଲୋକ ନେଇ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।  ତେବେ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି।

ସୌଜନ୍ୟ-ସୋସିଆଲ ମିଡିଆ

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ । ଉଭୟ ହିନ୍ଦୀ ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା। କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ଅଟେ। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମଧ୍ଯ ସମବେଦନା ଜ୍ଞାପନ କରିଛନ୍ତି।