ବିଧାୟକଙ୍କୁ ଆକ୍ରମଣ ଘଟଣା; ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍
Advertisement
Article Detail0/zeeodisha/odisha2530123

ବିଧାୟକଙ୍କୁ ଆକ୍ରମଣ ଘଟଣା; ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍

Crime branch team: ତେବେ ଆଜି ସକାଳୁ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଟାଇନ୍ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ କରିଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ହେବ। ଡିଏସପିଙ୍କ ନେତୃତ୍ୱରେ ୬ଜଣିଆ ଟିମ୍ ଗଠନ କରାଯାଇଛି।

ବିଧାୟକଙ୍କୁ ଆକ୍ରମଣ ଘଟଣା; ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍

ଯାଜପୁର: ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତେବେ ଆଜି ସକାଳୁ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଟାଇନ୍ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ କରିଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ହେବ। ଡିଏସପିଙ୍କ ନେତୃତ୍ୱରେ ୬ଜଣିଆ ଟିମ୍ ଗଠନ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। 

ସୂଚନା ଥାଉକି, ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ କରାଯାଇଛି। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ କରିବା ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।