Transport department: ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ରହିଛି। ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି। ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପା ମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି। ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍ବେଗ ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି।
Trending Photos
ଭୁବନେଶ୍ଵର: ଏଣିକି ଗାଡିର ବୀମା ନଥିଲେ ଧରିବ ଟୋଲ୍ ଗେଟ୍। ପରିବହନ ବିଭାଗ ଏହି ନୂଆ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛି। ଆଜିଠାରୁ ପରିବହନ ବିଭାଗ ଏହି ନୂଆ ନିୟମ ଲାଗୁ କରିବ। ଗାଡିରେ ଇନସୁରାନ୍ସ ନଥିଲେ ଟୋଲ ଗେଟରେ ଜଣାପଡିଯିବ। ଗାଡି ମାଲିକଙ୍କ ପାଖକୁ ଯିବ ଇ-ଚାଲାଣ। ଇ-ଡିଟେକସନ୍ ପ୍ରକ୍ରିୟାରେ ଏହି କାର୍ଯ୍ୟ ହେବ। ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ ହେବ । ଏନେଇ ରାଜ୍ୟ ପରିବହନ ପ୍ରାଧିକରର ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ମୋଟର ଯାନ ଆଇନଧାରା ୧୪୬ ଅନୁଯାୟୀ, ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ ।
ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜୋରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ରହିଛି। ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି। ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପା ମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି। ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍ବେଗ ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି। ପୂର୍ବରୁ ଇ- ଡିଟେକ୍ସନରେ ପରମିଟ୍, ଫିଟ୍ନେସ, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା। ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ।