Naveen Pattnaik: 'ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ'
Advertisement
Article Detail0/zeeodisha/odisha2504336

Naveen Pattnaik: 'ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ'

Naveen Pattnaik: ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ନବୀନ। କହିଲେ....ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରି ଦେଲେ। ଆମ ସରକାର ଆରମ୍ଭ କରିଥିବା ବିକାଶ ମୂଳକ ଯୋଜନା ଲୋକଙ୍କୁ ବଞ୍ଚିବାକୁ ଶକ୍ତି ଦେଇଥିଲା । ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି। ସେମାନେ ଆମ୍ବ ଟାକୁଆ ଖାଉଛନ୍ତି। ଏହା ବହୁତ ଦୁଃଖର କଥା। ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି। ଅନ୍ୟ ମାନେ ଚିକିତ୍ସା ହେଉଛନ୍ତି । 

ଆନନ୍ଦର କଥା ଅକ୍ଟୋବରରୁ ଆରମ୍ଭ ହୋଇଥିବା ମେମ୍ବର ସିପ ଡ୍ରାଇଭ ଭଲରେ ଚାଲିଛି। ବହୁତ ଲୋକ ବିଜେଡି ରେ ସାମିଲ ହେଉଛନ୍ତି । ସମସ୍ତ ଙ୍କୁ ମୁଁ ଦଳକୁ ସ୍ୱାଗତ କରୁଛି। ଯୁବ ଛାତ୍ରମାନେ ମୋ ଦଳର ଭବିଷ୍ୟତ। ଆପଣ ମାନେ ସୋସିଆଲ ମିଡ଼ିଆରେ ଆକ୍ଟିଭ ରୁହନ୍ତୁ । ବିରୋଧୀଙ୍କ ଅପ ପ୍ରଚାରର କଡା ଜବାବ ଦିଅନ୍ତୁ। ଆମ ସରକାରଙ୍କ ଯୋଜନା ଅନ୍ୟ ମାନଙ୍କ ପାଇଁ ମଡେଲ ହୋଇଛି। ଭାରତ ସରକାର ଆମର ଅନେକ ଯୋଜନା ଗ୍ରହଣ କରିଛନ୍ତି। ଭୋଟ ବ୍ୟାଙ୍କ ସୃଷ୍ଟି କରିବା କେବେ ଆମର ଲକ୍ଷ୍ୟ ନଥିଲା। ବିଜେପି ସରକାର ଲୋକଙ୍କ ସମସ୍ୟାକୁ ଅଣଦେଖା କରୁଛି। ବିଜେଡି ଓଡ଼ିଶାର ଏକ ନଂ ଦଳ। ଗତ ନିର୍ବାଚନରେ ଆମେ ଅଧିକ ଭୋଟ ପାଇଛୁ। ବିଜେଡି ଲୋକଙ୍କ ହୃଦୟରେ ରହିଛି।