Plus Two Exam 2025: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା, ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବ ଏକଜାମ୍
Advertisement
Article Detail0/zeeodisha/odisha2650606

Plus Two Exam 2025: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା, ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବ ଏକଜାମ୍

Plus Two Exam 2025: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ।  ଏହି ପରୀକ୍ଷା ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। 

Plus Two Exam 2025: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା, ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବ ଏକଜାମ୍
Plus Two Exam 2025: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ।  ଏହି ପରୀକ୍ଷା ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଆଉ କପି ରୋକିବା ପାଇଁ ପଞ୍ଚ ସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି । ଆଜିର ପ୍ରଥମ ଦିନରେ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ହେବ। ପରୀକ୍ଷା ଦେବେ ୧ ଲକ୍ଷ ୧୪ ହଜାର ୯୮୦ ଜଣ । ସେହିପରି,  ଆସନ୍ତାକାଲି କଳା ଓ ବାଣିଜ୍ୟ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି । କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ରେଗୁଲାର ଓ ଏକ୍ସରେଗୁଲାର ମିଶି ସମୁଦାୟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷା ଦେବେ । ରାଜ୍ୟରେ ମୋଟ ୧୨୭୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି ।
 
 
ଆଜି ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ । ପରୀକ୍ଷାର୍ଥୀମାନେ ୩୦ ମିନିଟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ । ୧୫ ମିନିଟ ପୂର୍ବରୁ ପରୀକ୍ଷା ହଲରେ ପ୍ରବେଶ କରିବେ । ସେପଟେ, ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭି ଲଗାଯାଇଛି। ଯାହାର ଲାଭଇଭ ଷ୍ଟ୍ରିମିଂ ବି ହେବ । ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ କଡା ବ୍ୟବସ୍ଥା ଗ୍ରହଣ କରାଯାଇଛି।