Vaikuntha dham ashram: ପୂର୍ବରୁ ପ୍ରଦାନ କରାଯାଇଥିବା ଅନ୍ତରୀଣ ଆଦେଶ ଉଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସରକାରଙ୍କ ସତ୍ୟପାଠ ଉପରେ ପ୍ରତିଜବାବ ଦାଖଲ ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫେବ୍ରୁଆରି ୩କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।
Trending Photos
ଭୁବନେଶ୍ଵର: ବୈକୁଣ୍ଠ ଧାମ ଆଶ୍ରମ ଉପରୁ ହଟିଲା ସୁରକ୍ଷା। ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ। ଫେବୃଆରୀ ୩ରେ ଜବାବ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ। ଆଶ୍ରମ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଥିବା ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ପୂର୍ବରୁ ୨୦୨୪, ଡିସେମ୍ବର ୨୦ରେ ମାମଲାର ଶୁଣାଣି ସମୟରେ ସରକାରଙ୍କ ତରଫରୁ ଦର୍ଶାଯାଇଥିଲା ଯେ ଏହି ଜମିକୁ ଟ୍ରଷ୍ଟ ନାଁରେ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୁପାରିଶ କରିଥିବା ଦର୍ଶାଇ ଆବେଦନକାରୀ ଦାଖଲ କରିଥିବା ଚିଠିଟି ଏକ ଜାଲ ଚିଠି। ଏ ନେଇ ସତ୍ୟପାଠ ଦାଖଲ କରିବାକୁ ଡିସେମ୍ବର ୨୦ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ଜଷ୍ଟିସ ବି.ପି.ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବୈକୁଣ୍ଠଧାମ ସେବାଶ୍ରମ ଟ୍ରଷ୍ଟ ଆବେଦନର ଶୁଣାଣି ସମୟରେ ସତ୍ୟପାଠରେ ଉଲ୍ଲେଖ କରାଯାଇଥିବା ତଥ୍ୟ ସଂକ୍ରାନ୍ତରେ ସରକାରଙ୍କ ତରଫରୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହାପରେ ପୂର୍ବରୁ ପ୍ରଦାନ କରାଯାଇଥିବା ଅନ୍ତରୀଣ ଆଦେଶ ଉଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସରକାରଙ୍କ ସତ୍ୟପାଠ ଉପରେ ପ୍ରତିଜବାବ ଦାଖଲ ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫେବ୍ରୁଆରି ୩କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।