ପେସା ଆଇନ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର
Advertisement
Article Detail0/zeeodisha/odisha2515751

ପେସା ଆଇନ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର

The pesa act: ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜନଜାତି ସମ୍ପ୍ରଦାୟ ଓଡ଼ିଶାର ଶକ୍ତି ଓ ଆତ୍ମା। କିନ୍ତୁ ପୂର୍ବରୁ ଆଦିବାସୀଙ୍କୁ ଅବହେଳିତ କରି ରଖାଯାଇଥିଲା। ଆଦିବାସୀ ସଂସ୍କୃତିକୁ ସୁରକ୍ଷା ଦେବା ଆମ ସରକାରଙ୍କ ପ୍ରାଥମିକତା। ଜନଜାତୀୟ ଗୌରବ ଦିବସ ଅବସରରେ ୧୫୩୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଆଦିବାସୀ ବର୍ଗଙ୍କ ବିକାଶ ଓ ସୁରକ୍ଷା ପାଇଁ ଏହି ପ୍ରକଳ୍ପ ସବୁକୁ ଉତ୍ସର୍ଗୀକୃତ କଲେ ମୁଖ୍ୟମନ୍ତ୍ରୀ। 

ପେସା ଆଇନ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର

ଭୁବନେଶ୍ଵର: ଆଦିବାସୀ ସଂସ୍କୃତିକୁ ସୁରକ୍ଷା ଦେବା ଆମ ସରକାରଙ୍କ ପ୍ରାଥମିକତା। ଭୁବନେଶ୍ବର ଜନତା ମଇଦାନରେ ଜନ ଜାତୀୟ ଗୌରବ ଦିବସରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଆହୁରି କହିଛନ୍ତି, ପେସା ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ରାଜ୍ୟ ସରକାର। ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ ଜନସଭା ହେବ। ପେସା ଆଇନ କିପରି କାର୍ଯ୍ୟକାରୀ ହେବ ସେ ନେଇ ବିସ୍ତୃତ ଆଲୋଚନା କରାଯିବ। 

ଏଣେ ଜନଜାତୀୟ ଗୌରବ ଦିବସ ଅବସରରେ ୧୫୩୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ଆଦିବାସୀ ବର୍ଗଙ୍କ ବିକାଶ ଓ ସୁରକ୍ଷା ପାଇଁ ଏହି ପ୍ରକଳ୍ପ ସବୁକୁ ଉତ୍ସର୍ଗୀକୃତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ଜଙ୍ଗଲ ଅଧିକାର ସ୍ୱୀକୃତ ଆଇନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜଣେ ହିତାଧିକାରୀ ଏହି ପୋର୍ଟାଲରେ ଜମି ପଟ୍ଟା ପାଇଁ ଆବେଦନ କରିପାରିବ। ଏହା ସହ ଜଙ୍ଗଲ ଆଇନ କାର୍ଯ୍ୟକାରିତା ର ସ୍ଥିତି ମଧ୍ୟ ଜାଣିପାରିବେ ସରକାର। ଓଡ଼ିଶାର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୨୪୦୮ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୭୬୬୭ଟି ଆଦିବାସୀ ବହୁଳ ରାଜସ୍ୱ ଗ୍ରାମରେ ଏହି ଦିବସ ପାଳିତ ହୋଇଛି।

ସେହିପରି ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜନଜାତି ସମ୍ପ୍ରଦାୟ ଓଡ଼ିଶାର ଶକ୍ତି ଓ ଆତ୍ମା। କିନ୍ତୁ ପୂର୍ବରୁ ଆଦିବାସୀଙ୍କୁ ଅବହେଳିତ କରି ରଖାଯାଇଥିଲା। ଆଦିବାସୀ ସଂସ୍କୃତିକୁ ସୁରକ୍ଷା ଦେବା ଆମ ସରକାରଙ୍କ ପ୍ରାଥମିକତା। ଜନଜାତୀୟ ଗୌରବ ଦିବସ ଅବସରରେ ୧୫୩୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଆଦିବାସୀ ବର୍ଗଙ୍କ ବିକାଶ ଓ ସୁରକ୍ଷା ପାଇଁ ଏହି ପ୍ରକଳ୍ପ ସବୁକୁ ଉତ୍ସର୍ଗୀକୃତ କଲେ ମୁଖ୍ୟମନ୍ତ୍ରୀ।