ଓଡ଼ିଶାରେ ପୁଣି ବଢ଼ିବ ଆଳୁ ସଂକଟ ! ମମତାଙ୍କ ନିର୍ଦ୍ଦେଶ ପରେ ସୀମାରେ ଅଟକିଲା ଆଳୁ ଗାଡ଼ି
Advertisement
Article Detail0/zeeodisha/odisha2534520

ଓଡ଼ିଶାରେ ପୁଣି ବଢ଼ିବ ଆଳୁ ସଂକଟ ! ମମତାଙ୍କ ନିର୍ଦ୍ଦେଶ ପରେ ସୀମାରେ ଅଟକିଲା ଆଳୁ ଗାଡ଼ି

Potatoes truck: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ନବାନ୍ନାରେ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଡାକି ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଥିଲେ। ଏହାପରେ ବଙ୍ଗ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା କୁହାଯାଉଛି। ମମତା ବାନାର୍ଜୀ ରାଜ୍ୟରେ ଆଳୁ ପିଆଜ ଦର ନେଇ ନବାନ୍ନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଡାକିଥିଲେ।

ଓଡ଼ିଶାରେ ପୁଣି ବଢ଼ିବ ଆଳୁ ସଂକଟ ! ମମତାଙ୍କ ନିର୍ଦ୍ଦେଶ ପରେ ସୀମାରେ ଅଟକିଲା ଆଳୁ ଗାଡ଼ି

ଭୁବନେଶ୍ଵର: ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି । ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି । ଲକ୍ଷ୍ମଣନାଥ ଟୋଲ୍ ଗେଟ୍‌ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଅଟକାଇଛନ୍ତି। ଏକ ମୌଖିକ ନିର୍ଦ୍ଦେଶ ପରେ ଏଭଳି କରାଯାଇଥିବା ବ୍ୟବସାୟୀ ସଂଘ ପକ୍ଷରୁ କୁହାଯାଇଛି। ଆଳୁ ଗାଡ଼ିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୁଲିସ। ରାତିରୁ କାହିଁକି ଆଳୁ ଗାଡ଼ି ଅଟକି ରହିଛି ପ୍ରକୃତ କାରଣ ଜଣାପଡ଼ିନାହିଁ।

ଗତକାଲି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ନବାନ୍ନାରେ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଡାକି ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଥିଲେ। ଏହାପରେ ବଙ୍ଗ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିବା କୁହାଯାଉଛି। ମମତା ବାନାର୍ଜୀ ରାଜ୍ୟରେ ଆଳୁ ପିଆଜ ଦର ନେଇ ନବାନ୍ନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଡାକିଥିଲେ। ଆଳୁ ପିଆଜ ଦର ବୃଦ୍ଧି ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଚେତାବନୀ ଦେଇଥିଲେ। ଏହାପରେ ବଙ୍ଗ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଉଛି।