Todays Gold Rate in India: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ମହଙ୍ଗା ହେଲା ସୁନା। ଲଗାତର ଦର ବୃଦ୍ଧି ଯୋଗୁଁ ଟେନସନରେ ଗ୍ରାହକ । ଗତକାଲି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ପିଛା ମୂଲ୍ୟ ୩୫୦ ଟଙ୍କା ବୃଦ୍ଧି ପାଇଥିଲା। ତେବେ, ଆଜି ମଧ୍ୟ ସୁନାଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।
Trending Photos
Todays Gold Rate in India: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ମହଙ୍ଗା ହେଲା ସୁନା। ଲଗାତର ଦର ବୃଦ୍ଧି ଯୋଗୁଁ ଟେନସନରେ ଗ୍ରାହକ । ଗତକାଲି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ପିଛା ମୂଲ୍ୟ ୩୫୦ ଟଙ୍କା ବୃଦ୍ଧି ପାଇଥିଲା। ତେବେ, ଆଜି ମଧ୍ୟ ସୁନାଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ଆଜି ସୁନା କିଣିବା ପାଇଁ ପ୍ଲାନ୍ କରିଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪, ୦୩୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୦୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪,୧୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବୃଦ୍ଧି ହୋଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪,୦୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟରେ ମାତ୍ର ୧୦ ଟଙ୍କା ଦର ବଢିଛି।
ALSO READ: Surya Shani Shadashtak Yog: ୫୦ ବର୍ଷ ପରେ ସୂର୍ଯ୍ୟ-ଶନିଙ୍କ ଅପୂର୍ବ ମିଳିନ, ୫ ରାଶିଙ୍କ ଆଣିବ ପାଇଁ ବଡ଼ ବିପଦ!
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୩୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୪,୫୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ୧୦ ଟଙ୍କା ବୃଦ୍ଧି ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୪,୦୩୦ ଟଙ୍କା ରହିଛି । ତେବେ, ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ଦର ବଢିଛି।