Gold Rate Today: ଏବେ ବିବାହ ଋତୁ ଚାଲିଛି। କିଛି ଦିନ ଆଜି ସୁନା ଦରରେ ପରିବର୍ତ୍ତନ ହୋଇଛି । ଗତ କାଲି ଅପେକ୍ଷା ଆଜି ଗ୍ରାମ ପିଛା ମାତ୍ର ୧ ଟଙ୍କା ଖସିଛି ସୁନା ଦର। ମାତ୍ର ଗ୍ରାମ ପିଛା ୧୮ କ୍ୟାରେଟ୍ ସୁନା ଦାମ୍ ବୃଦ୍ଧି ପାଇଥିବା ଦେଖଇବାକୁ ମିଳିଛି।ଯାହାକି ଗ୍ରାହାକଙ୍କୁ ସେତେଟା ଖୁସି କରିପାରି ନାହିଁ।
Trending Photos
Gold Rate Today: ଏବେ ବିବାହ ଋତୁ ଚାଲିଛି। କିଛି ଦିନ ଆଜି ସୁନା ଦରରେ ପରିବର୍ତ୍ତନ ହୋଇଛି । ଗତ କାଲି ଅପେକ୍ଷା ଆଜି ଗ୍ରାମ ପିଛା ମାତ୍ର ୧ ଟଙ୍କା ଖସିଛି ସୁନା ଦର। ମାତ୍ର ଗ୍ରାମ ପିଛା ୧୮ କ୍ୟାରେଟ୍ ସୁନା ଦାମ୍ ବୃଦ୍ଧି ପାଇଥିବା ଦେଖଇବାକୁ ମିଳିଛି।ଯାହାକି ଗ୍ରାହାକଙ୍କୁ ସେତେଟା ଖୁସି କରିପାରି ନାହିଁ। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ନଜର ପକାନ୍ତୁ ଆଜି ସୁନା ଦର କେଉଁ ସହରରେ କେତେ ରହିଛି। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୯୯୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦ ଟଙ୍କା ହ୍ରାସ ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩, ୨୨୦ ଯାହା କି ଗତ କାଲି ଥିଲା ୬୩, ୨୩୦।
ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୯୯୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୨୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୭୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୯୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୨୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୪୭୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।
ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୩୯୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୭୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୮୩୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୮,୧୪୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୩୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୫୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୯୯୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩, ୨୨୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୪୭୦ ଟଙ୍କା ରହିଛି ।