Gold Rate Today: ଖସିଲା ସୁନା ଦର, ଜାଣନ୍ତୁ ଗ୍ରାମ ପିଛା ଓଡି଼ଶାରେ କେତେ ରହିଛି ସୁନା ମୂଲ୍ୟ..
Advertisement
Article Detail0/zeeodisha/odisha2124168

Gold Rate Today: ଖସିଲା ସୁନା ଦର, ଜାଣନ୍ତୁ ଗ୍ରାମ ପିଛା ଓଡି଼ଶାରେ କେତେ ରହିଛି ସୁନା ମୂଲ୍ୟ..

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ଅପେକ୍ଷା ଆଜି ସୁନା ଦରରେ ଦ୍ରାସ ଦେଖିବାକୁ ମିଳିଛି, ମାତ୍ର ଏହି ହ୍ରାସ ଗ୍ରାହକଙ୍କୁ ସେତେଟା ଖୁସି କରିପାରି ନାହିଁ। କାରଣ ଗତକାଲି ତୁଳନାରେ ଗ୍ରାମ ପିଛା ସୁନା ଦର ୧ ଟଙ୍କା ଖସିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । 

Gold Rate Today: ଖସିଲା ସୁନା ଦର, ଜାଣନ୍ତୁ ଗ୍ରାମ ପିଛା ଓଡି଼ଶାରେ କେତେ ରହିଛି ସୁନା ମୂଲ୍ୟ..

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ଅପେକ୍ଷା ଆଜି ସୁନା ଦରରେ ଦ୍ରାସ ଦେଖିବାକୁ ମିଳିଛି, ମାତ୍ର ଏହି ହ୍ରାସ ଗ୍ରାହକଙ୍କୁ ସେତେଟା ଖୁସି କରିପାରି ନାହିଁ। କାରଣ ଗତକାଲି ତୁଳନାରେ ଗ୍ରାମ ପିଛା ସୁନା ଦର ୧ ଟଙ୍କା ଖସିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୬୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୧୦ ଟଙ୍କା ହ୍ରାସପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୭୪୦  ଟଙ୍କା ଯାହାକି ଗତ କାଲି ଥିଲା ୬୨,୭୫୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୬୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି  ୬୨,୭୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୧୪୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍  ୫୭,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୪୭,୧୪୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୧୨୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୪୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୬୦୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୭୭୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୯୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୪୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୬୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୭୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୧୪୦ ଟଙ୍କା ରହିଛି ।