Gold-Silver Price: ଶୀଘ୍ର କରନ୍ତୁ, ସୁନା ୬,୮୮୨ ଟଙ୍କା ତ ରୁପା ୧୧,୧୮୦ ଟଙ୍କା ମିଳୁଛି ଶସ୍ତା!
Advertisement
Article Detail0/zeeodisha/odisha1583190

Gold-Silver Price: ଶୀଘ୍ର କରନ୍ତୁ, ସୁନା ୬,୮୮୨ ଟଙ୍କା ତ ରୁପା ୧୧,୧୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Price: ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।

Gold-Silver Price: ଶୀଘ୍ର କରନ୍ତୁ, ସୁନା ୬,୮୮୨ ଟଙ୍କା ତ ରୁପା ୧୧,୧୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Rate: ଆଜି ଅର୍ଥାତ ଫେବୃଆରୀ ୨୩ (ଗୁରୁବାର) ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ବୃଦ୍ଧି ଦେଖାଦେଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ଅସ୍ଥିରତା ଲାଗି ରହିଛି । ଯାହା ଫଳରେ ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୭୩୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୭୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୨,୦୦୦ ଟଙ୍କା ଅଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୦୦୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଗତକାଲି ରୁପା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୮୦ ଟଙ୍କା ଅଛି । ଯାହା ଗତକାଲି ୬,୮୮୦ ଟଙ୍କା ଥିଲା ।

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୨ ଫେବୃଆରୀ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୮,୮୮୨ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୬,୮୮୨ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୧,୧୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ:-ଓଡିଶାର ଏହି ବ୍ୟକ୍ତି ଜୀବିତ ଅବସ୍ଥାରେ ନିଜ ଓ ନିଜ ପତ୍ନୀଙ୍କ ପାଇଁ ନିର୍ମାଣ କଲେ କବର, ବର୍ତ୍ତମାନ ଏଥିରେ ଶାନ୍ତିରେ ଶୋଇବାର ଦେଖୁଛନ୍ତି ସ୍ୱପ୍ନ!

ଅଧିକ ପଢ଼ନ୍ତୁ:-ହୋଲି ପୂର୍ବରୁ ଆସିଲା ବଡ଼ ଖୁସି ଖବର, ୪୪ ପ୍ରତିଶତ ବଢ଼ିବ ଦରମା! ଖୁସିରେ ନାଚି ଉଠିବେ କେନ୍ଦ୍ର କର୍ମଚାରୀ

ଅଧିକ ପଢ଼ନ୍ତୁ:-ଟିମ୍ ଇଣ୍ଡିଆରେ ଏଣିକି କେବେବି ନଜରକୁ ଆସିବେ ନାହିଁ ଏହି ଘାତକ ଖେଳାଳି! ଶେଷ ହୋଇଗଲା କ୍ୟାରିୟର୍

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।