Gold Silver Price: ଲଗାତର ଦ୍ୱିତୀୟ ଦିନ ଖସିଲା ସୁନା-ରୁପା ଦର, ସୁନା ୩,୧୧୮ ଟଙ୍କା ତ ରୁପା ୧୨,୪୮୦ ଟଙ୍କା ମିଳୁଛି ଶସ୍ତା!
Advertisement
Article Detail0/zeeodisha/odisha1586160

Gold Silver Price: ଲଗାତର ଦ୍ୱିତୀୟ ଦିନ ଖସିଲା ସୁନା-ରୁପା ଦର, ସୁନା ୩,୧୧୮ ଟଙ୍କା ତ ରୁପା ୧୨,୪୮୦ ଟଙ୍କା ମିଳୁଛି ଶସ୍ତା!

Gold Silver Price: ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

Gold Silver Price: ଲଗାତର ଦ୍ୱିତୀୟ ଦିନ ଖସିଲା ସୁନା-ରୁପା ଦର, ସୁନା ୩,୧୧୮ ଟଙ୍କା ତ ରୁପା ୧୨,୪୮୦ ଟଙ୍କା ମିଳୁଛି ଶସ୍ତା!

Today Gold-Silver Rate, Gold Silver Price: ଆଜି ଅର୍ଥାତ ଫେବୃଆରୀ ୨୫ (ଶନିବାର) ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିଛି । ସେପଟେ ବୈଶ୍ୱିକ ବଜାର ଆଜି ବନ୍ଦ ରହିଛି । କେବଳ ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୫୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୧,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୭୦୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ଖସିଛି । ଗତକାଲି ରୁପା ଦରରେ ୫୦୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୮୩୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୩,୧୧୮ ଟଙ୍କା ଓ ରୁପା ୧୨,୪୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୪ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୯,୩୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୩,୧୧୮ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୨,୪୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ:-ଗର୍ଭାବସ୍ଥାରେ ଶାରୀରିକ ସମ୍ପର୍କ ରଖିବା ଉଚିତ କି? ଜାଣନ୍ତୁ କ'ଣ କହୁଛନ୍ତି ବିଶେଷଜ୍ଞ

ଅଧିକ ପଢ଼ନ୍ତୁ:-ଚାକିରି କରୁଥିବା ଲୋକଙ୍କ ପାଇଁ ବହୁତ ବଡ଼ ଖୁସି ଖବର; ଏହି ଦିନ ଆସିବ PF ସୁଧ ଟଙ୍କା, ଶ୍ରମ ମନ୍ତ୍ରୀ ଦେଲେ ସୂଚନା!

ଅଧିକ ପଢ଼ନ୍ତୁ:-ଜାଡେଜାଙ୍କ କାରଣରୁ ଶେଷ ହେଲା ଏହି ଓଡ଼ିଆ ଖେଳାଳିଙ୍କ କ୍ୟାରିୟର! ଅବସର ନେବାକୁ ହେଲେ ବାଧ୍ୟ

ଏହା ବି ପଢ଼ନ୍ତୁ:-ବିଜୁଳି ବିଲ୍ ହୋଇଯିବ ଅଧାରୁ କମ୍! କେବଳ ଆପଣାନ୍ତୁ ଏହି ୨ଟି ଉପାୟ

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।