Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଚଳିତ ସପ୍ତାହ ଆରମ୍ଭରୁ ସୁନାଦରରେ ବୃଦ୍ଧି ଦେଖିବାକୁ ମିଳୁଛି। ଆଜି ମଧ୍ୟ ସୁନାଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କ ଚିନ୍ତା ବଢାଇ ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି।
ALSO READ: ଡାନ୍ସ ଓଡି଼ଶା ଡାନ୍ସ ମଞ୍ଚରୁ ଭାଇରାଲ୍ ହେଲା ଅଭିନେତ୍ରୀ ଏଲିନାଙ୍କ ଏହି ଭିଡିଓ, ଦେଖନ୍ତୁ
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୮୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୨୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବୃଦ୍ଧି ପାଇଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୮,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ସୁନାରେ ୧୦ ଟଙ୍କା ବୃଦ୍ଧି ପାଇଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବଢିଛି।
ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୮,୦୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୬,୦୪୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ବୃଦ୍ଧି ହୋଇଛି।
ट्रेन्डिंग फोटोज़