Petrol Diesel Price Today: ସେପ୍ଟେମ୍ବର ୧୪ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ଶନିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?
ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା ୧୦୦ ଟଙ୍କା ୮୮ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୪୬ ପଇସା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଆଜି ଓଡିଶାରେ ପେଟ୍ରୋଲ ଓ ଡିଜେଲ୍ ଲିଟର ପିଛା ୧ ପଇସା ହ୍ରାସ ହୋଇଛି। ଗତକାଲି ତୈଳ ଦର ହ୍ରାସ ହୋଇଥିବା ବେଳେ ଆଜିର ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି।
ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ଗ୍ରେଟର ମୁମ୍ବାଇରେ ପେଟ୍ରୋଲ୍ ଦର ଲିଟର ପିଛା ୧୦୩ ଟଙ୍କା ୬୨ ପଇସା ରହିଥିବା ବେଳେ ଡିଜେଲ୍ ରେଟ୍ ୯୦ ଟଙ୍କା ୧୭ ପଇସା ରହିଛି । ପେଟ୍ରୋଲ୍ ରେ ୧୮ ଓ ଡିଜେଲ୍ ରେ ୧୭ ପଇସା ହ୍ରାସ ପାଇଛି। ସେହିପରି, କୋଲକାତାରେ ପେଟ୍ରୋଲ ଲିଟର ୧୦୪ ଟଙ୍କା ୯୫ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୭୬ ପଇସା ରହିଛି। ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦ ଟଙ୍କା ୭୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୩୪ ପଇସା ରହିଛି।
ट्रेन्डिंग फोटोज़