Weather Updates: ଭୁବନେଶ୍ୱର: ବର୍ଷାରେ ଭିଜିବ ଗଣେଶ ପୂଜା। ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଆଗାମୀ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାପରେ ଏହା ପ୍ରଭାବରେ ସେପ୍ଟେମ୍ବର ୫ ଗୁରୁବାର ଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।