ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୭ ଅଗଷ୍ଟ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଓ କନ୍ଧମାଳ ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।